ସଂଚାର ବ୍ୟୁରୋ: ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ପ୍ରମୁଖ ମୋହନ ଭାଗବତ । ଆଜି ସେ ଭୁବନେଶ୍ଵରରେ ପହଞ୍ଚିବାର ରହିଛି କାର୍ଯ୍ୟକ୍ରମ । ମୋହନ ଭାଗବତ ଶ୍ରୀ ଗୌଡୀୟ ମିଶନ ନିମନ୍ତ୍ରଣ କ୍ରମେ ଓଡିଶା ଆସୁଛନ୍ତି । ସେ ଆଜି ଭୁବନେଶ୍ୱରରେ ପହଁଞ୍ଚିବା ପରେ ଉତ୍କଳ ବିପନ୍ନ ସହାୟତା ସମିତିରେ ଅବସ୍ଥାନ କରିବେ ।
ଆସନ୍ତାକାଲି କଟକ ସ୍ଥିତ ଜବାହାରଲାଲ ନେହେରୁ ଇନ୍ଡୋର ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ଗୌଡୀୟ ବୈଷ୍ଣବ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦ୍ବୋଧନ ଦେବେ। ସେହି ଦିନ ସଂଧ୍ୟାରେ ପୁରୀ ଯାଇ ମହାପ୍ରଭୂ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବା ସହିତ ଗୋବଦ୍ଧନ ପୀଠର ପୂଜ୍ୟ ଶଙ୍କରାଚାର୍ଯ୍ୟ ସ୍ଵାମୀ ନିଶ୍ଚଳାନନ୍ଦ ସରସ୍ଵତୀଙ୍କୁ ସାକ୍ଷାତ କରିବେ। ଏହାପରେ ୧୫ ତାରିଖ ଦିନ ଓଡିଶାରୁ ପ୍ରତ୍ୟାବର୍ତନ କରିବାର ରହିଛି କାର୍ଯ୍ୟକ୍ରମ ।

