ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ପବିତ୍ର ରଥଯାତ୍ରା । ଭକ୍ତ ଓ ଭଗବାନଙ୍କର ମହାମିଳନର ପର୍ବ । ଏହି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଟୁଇଟ୍ ରାଷ୍ଟ୍ରପତି କହିଛନ୍ତି ପବିତ୍ର ରଥଯାତ୍ରା ଉପଲକ୍ଷେ ମୁଁ ଦେଶ-ବିଦେଶରେ ରହୁଥିବା ମହାପ୍ରଭୁ ଜଗନ୍ନାଥଙ୍କ ଭକ୍ତଗଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି । ରଥ ଉପରେ ବିଜେ ବଡ଼ଠାକୁର ବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ଦର୍ଶନ କରି ଲକ୍ଷ ଲକ୍ଷ ଭକ୍ତ ଦିବ୍ୟ ଅନୁଭୂତି ଲାଭ କରିଥାନ୍ତି । ଶ୍ରୀଜୀଉମାନଙ୍କ ମାନବୀୟ ଲୀଳା ହିଁ ରଥଯାତ୍ରାର ବିଶେଷତ୍ୱ । ସାରା ପୃଥିବୀରେ ଶାନ୍ତି, ମୈତ୍ରୀ ଓ ସଂପ୍ରୀତି ଅବ୍ୟାହତ ରହୁ, ଏହି ପୁଣ୍ୟ ଅବସରରେ ଏହା ମୋର ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା ।
ପବିତ୍ର ରଥଯାତ୍ରା ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ‘X’ରେ ରଥଯାତ୍ରାର ଏକ ଭିଡ଼ିଓ ସେୟାର କରି କହିଛନ୍ତି, ମହାପ୍ରଭୁ ଆମ ପାଇଁ ଆରାଧ୍ୟ ଓ ପ୍ରେରଣା…ପୂରା ବିଶ୍ୱରେ ରଥଯାତ୍ରାର ସ୍ୱତନ୍ତ୍ର ପରିଚୟ ରହିଛି। ବିଭିନ୍ନ ରାଜ୍ୟରେ ଧୂମଧାମ୍ରେ ରଥଯାତ୍ରା ପାଳନ କରାଯାଏ। ପୁରୀରେ ଅନୁଷ୍ଠିତ ହେଉଥିବା ରଥଯାତ୍ରା ଅଦ୍ଭୁତ…
ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପବିତ୍ର ‘ରଥଯାତ୍ରା’ର ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି । ଏହା ମଧ୍ୟ କହିଛନ୍ତି ଯେ ମହାପ୍ରଭୁ ଶ୍ରୀଜଗନ୍ନାଥ ଭାଇ ଭଉଣୀଙ୍କ ସହ ବଡ଼ଦାଣ୍ଡରେ ଲକ୍ଷ ଲକ୍ଷ ଭକ୍ତଙ୍କ ସହିତ ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ଭକ୍ତିପୂର୍ଣ୍ଣ ପରିବେଶରେ ଏକାକାର ହେବାର ଅନନ୍ୟ ଯାତ୍ରା ହେଉଛି ରଥଯାତ୍ରା । ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରା ସମସ୍ତ ଭକ୍ତମାନଙ୍କର ମଙ୍ଗଳ କରନ୍ତୁ, ଏହା କାମନା ।