କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ । ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ । ଜଣେ ଯୁବତୀଙ୍କୁ ନିଶା ଦେଇ ଏକ ହୋଟେଲରେ ଦୁଷ୍କର୍ମ କରିଥିବା ମଞ୍ଚେଶ୍ବର ଥାନାରେ ଅଭିଯୋଗ ହୋଇଛି ।
ମାର୍ଚ୍ଚ ୧୮ ତାରିଖରେ ପୀଡ଼ିତା ଜଣଙ୍କ ତାଙ୍କ ବାନ୍ଧବୀ ଓ ସହପାଠୀଙ୍କ ସହ ମିଶି ମାଷ୍ଟରକ୍ୟାଣ୍ଟିନ ଛକକୁ ବୁଲିବାକୁ ଯାଇଥିଲେ । ସେଠାରେ ସହପାଠୀ ଜଣଙ୍କ ଉଦିତ ପ୍ରଧାନଙ୍କୁ ସେମାନଙ୍କ ସହ ପରିଚିତ କରାଇଥିଲେ । ଏହାପରେ ଉଦିତଙ୍କ ଗାଡ଼ିରେ ନୂଆପଲ୍ଲୀ ସ୍ଥିତ ଏକ ହୋଟେଲକୁ ଯାଇଥିଲେ ।
ସେଠାରେ ଉଦିତ୍ ତାଙ୍କୁ ଥଣ୍ଡା ପାନୀୟରେ ନିଶା ଦେଇ ଅଚେତ କରିବା ପରେ ହୋଟେଲର ଏକ ରୁମରେ ଦୁଷ୍କର୍ମ କରିଥିଲେ । ଏପରିକି, ଏ ସମ୍ପର୍କରେ କାହାରିକୁ କିଛି ନକହିବା ପାଇଁ ଉଦିତ ଧମକ ଦେଇଥିବା ଅଭିଯୋଗ ହୋଇଛି । ଦୁଷ୍କର୍ମ ଅଭିଯୋଗ ପରେ ମଞ୍ଚେଶ୍ବର ଥାନା ପୋଲିସ ଉଦିତଙ୍କୁ ରାତିରେ ଉଠାଇ ନେଇଥିଲେ ପୋଲିସ ।