ସଂଚାର ବ୍ୟୁରୋ: ବିଜେପି ବିଧାୟକ ଇରାଶିଷ ଆଚାର୍ଯ୍ୟଙ୍କ ବିଶ୍ଵବିଦ୍ୟାଳୟ ବିଲ ନେଇ ପ୍ରତିକ୍ରିୟା। ସାଢେ 12 ଘଣ୍ଟା ଆଲୋଚନା ପରେ ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ ପାରିତ ହୋଇଛି। କ୍ଲଜ ବାଏ କ୍ଲଜ ଆଲୋଚନା ବେଳେ ସବୁ ଉତ୍ତର ଉଚ୍ଚ ଶିକ୍ଷାମନ୍ତ୍ରୀ ରଖିଥିଲେ। ଏହି ବିଲ ଶିକ୍ଷା କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଆଣିବ। ନୂଆ ବିଲ ଦ୍ୱାରା ସରକାରୀ ନିୟନ୍ତ୍ରଣ କମିବ। ନୂଆ ବିଧାୟକଙ୍କୁ ବିଲ ବିଷୟରେ ବୁଝିବାକୁ ସୁଯୋଗ ମିଳିଛି। ରାତିସାରା ଏଥିରେ ଭାଗ ନେଇଥିବାରୁ ଆମେ ଗର୍ବିତ ବୋଲି କହିଛନ୍ତି ବିଜେପି ବିଧାୟକ ଇରାଶିଷ ଆଚାର୍ଯ୍ୟ ।