ସଂଚାର ବ୍ୟୁରୋ: ଆସନ୍ତାକାଲି ମହାରାଷ୍ଟ୍ର ଭୋଟ। ୨୮୮ ଆସନ ବିଶିଷ୍ଟ ବିଧାନସଭା ପାଇଁ ମତଦାନ ହେବ। ଏଥିପାଇଁ ସବୁ ପ୍ରସ୍ତୁତି ଏକ ପ୍ରଚାର ଚୂଡ଼ାନ୍ତି। ବୁଥମୁହାଁ ହେଉଛନ୍ତି ପୋଲିଂ ପାର୍ଟି। ଇଭିଏମ୍ ଧରି ବୁଥରେ ପହଞ୍ଚିବାରେ ଲାଗିଛନ୍ତି ପୋଲିଂ କର୍ମଚାରୀ।
ମଇଦାନରେ ଅଛନ୍ତି ମୋଟ ପ୍ରାର୍ଥୀ ୪ ହଜାର ୧୩୬ ମଇଦାନରେ ଅଛନ୍ତି । ଏଥର ମହାୟୁତି ଓ ମହା ଅଗାଡ଼ି ମେଣ୍ଟରେ ମଧ୍ୟରେ କଡ଼ା ଟକ୍କର ହେବାର ସମ୍ଭାବନା ଅଛି। ମହାରାଷ୍ଟ୍ର ବିଧାନସଭାରେ ମହାୟୁତିର ସଦସ୍ଯ ସଂଖ୍ଯା ରହିଛି ୨୦୨। ବିଜେପିର ୧୦୨, ଏନସିପିର ୪୦, ଶିବସେନାର ୩୮, ବିଭିଏର ୩ ଓ ଏମଏନଏସର ଜଣେ ବିଧାୟକ ଅଛନ୍ତି। ସେହିପରି ମହାବିକାଶ ଅଘାଡିର ସଦସ୍ଯ ସଂଖ୍ଯା ରହିଛି ୬୯। କଂଗ୍ରେସର ୩୭, ଶିବସେନା ୟୁବିଟିର ୧୬, ଏନସିପି ଏସପିର ୧୨, ଏସପିର ୨ ଓ ସିପିଏମର ଜଣେ ବିଧାୟକ ରହିଛନ୍ତି। ରାଜ୍ଯର ମୋଟ ଭୋଟର ୯ କୋଟି ୬୩ ଲକ୍ଷ ଥିବାବେଳେ ପୁରୁଷ ଭୋଟରଙ୍କ ସଂଖ୍ଯା ୪ କୋଟି ୯୭ ଲକ୍ଷ। ମହିଳା ଭୋଟରଙ୍କ ସଖ୍ଯା ୪ କୋଟି ୬୬ ଲକ୍ଷ। ଯୁବ ଭୋଟରଙ୍କ ସଂଖ୍ଯା ୧ କୋଟି ୮୫ ଲକ୍ଷ। ମୋଟ ପୋଲିଂ ଷ୍ଟେସନ ସଂଖ୍ଯା, ୧ ଲକ୍ଷ ୧୮୬। ମାଝି ଲଡକୀ ବହିନ ଯୋଜନା ପରେ ମହାୟୁତି ପ୍ରତି ମହିଳା ଭୋଟ ବଢିବା ସମ୍ଭାବନା ରହିଥିବାବେଳେ ପ୍ରତି ବିଧାନସଭା ମଣ୍ଡଳୀରେ ୮୦ ହଜାର ଲେଖାଏ ମହିଳା ଉପକୃତ ହେଉଛନ୍ତି।
ସେପଟେ ଏମଭିଏ ପ୍ରତି ମୁସଲିମ ଭୋଟରଙ୍କ ରହିଛି ଅଧିକ ସମର୍ଥନ। ନିର୍ବାଚନରେ ବିଦ୍ରୋହୀ ପ୍ରାର୍ଥୀଙ୍କୁ ନେଇ ମହାୟୁତି ଓ ଏମଭିଏରେ ଚିନ୍ତା ବଢିଛି। ସମସ୍ତ ଆସନରେ ବିଦ୍ରୋହୀଙ୍କ ସଂଖ୍ଯା ଅଧିକ ଥିବା ଜଣାଯାଇଛି। ମହାରାଷ୍ଟ୍ରରେ ପ୍ରବାସୀ ଲୋକଙ୍କ ସଂଖ୍ଯା ମୋଟ ଜନସଂଖ୍ଯାର ୮ ପ୍ରତିଶତ ହୋଇଥିବାବେଳେ କେବଳ ମୁମ୍ବାଇରେ ପ୍ରବାସୀ ଲୋକଙ୍କ ସଂଖ୍ଯା ୪୩ ପ୍ରତିଶତ। ନିର୍ବାଚନରେ ଉଭୟ ମହାୟୁତି ଓ ଏମଭିଏ ଖେଳିଛନ୍ତି ମରାଠୀ ଅସ୍ମିତା କାର୍ଡ। ବହୁ ବୃହତ ଶିଳ୍ପ ସଂସ୍ଥା ମହାରାଷ୍ଟ୍ରରୁ ଗୁଜରାଟ ଚାଲିଯାଉଥିବାରୁ ଏହାକୁ ନେଇ ବଢିଛି ରାଜନୀତି। । ମଇଦାନରେ ମୁଖ୍ଯମନ୍ତ୍ରୀ ଏକନାଥ ସିନ୍ଦେ, ଦୁଇ ଉପମୁଖ୍ଯମନ୍ତ୍ରୀ ଦେବେନ୍ଦ୍ର ଫଡନବିସ ଓ ଅଜିତ ପାୱାର। କିଏ ଜିତିବେ କିଏ ହାରିବେ ତାହାକୁ ନେଇ ଜାରି ରହିଛି ସସପେନ୍ସ।